ରାଜ୍ୟର ସବୁ ସାଂସଦଙ୍କୁ ବିଜେଡି ସଭାପତିଙ୍କ ଚିଠି

୧୩୧ତମ ସମ୍ବିଧାନ ସଂଶୋଧନ ପ୍ରସଙ୍ଗ ଉଠାଇ ରାଜ୍ୟର ସବୁ ସାଂସଦଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଚିଠି ଲେଖିଛନ୍ତି। ରାଜନୈତିକ ପ୍ରତିନିଧିତ୍ବ ଓ ଅର୍ଥନୈତିକ ସ୍ବାର୍ଥ କଥା ଉଠାଇଛନ୍ତି ନବୀନ। ଓଡ଼ିଶାର ଦୀର୍ଘମିଆଦି ସ୍ବାର୍ଥ, ସମାନୁପାତିକ ପ୍ରତିନିଧିତ୍ବ, ଗୌରବ ଅକ୍ଷୁଣ୍ଣ ଜରୁରୀ।ଡିଲିମିଟେସନରେ ପ୍ରତିନିଧିତ୍ବ ହାର କମିବା ଜାତୀୟସ୍ତରରେ କ୍ଷତି ପହଞ୍ଚାଇବ, ପ୍ରସ୍ତାବିତ ସମ୍ବିଧାନ ସଂଶୋଧନରେ ଓଡ଼ିଶାର ପ୍ରତିନିଧିତ୍ବ ୩.୯ରୁ ୩.୪%କୁ କମିବ। ୬ଟି କ୍ଷତି ସହିବାକୁ ଥିବା ରାଜ୍ୟ ଭିତରେ ଆମକୁ ପଏଣ୍ଟ ୫ କ୍ଷତି ସହିବାକୁ ହେବ। ଓଡ଼ିଶା ଲୋକେ ଆପଣଙ୍କୁ ସଂସଦକୁ ପଠାଇଛନ୍ତି, ଏହା କରିବାକୁ ଦିଅନ୍ତୁ ନି, ରାଜ୍ୟର ଅର୍ଥନୈତିକ ଓ ରାଜନୈତିକ ସ୍ବାର୍ଥକୁ ସୁରକ୍ଷା ଦିଅନ୍ତୁ କହିଛନ୍ତି ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes