ରାଜ୍ୟସଭା ନିର୍ବାଚନ କସରତ; କଂଗ୍ରେସର ୫ଟି ନାଁକୁ ନେଇ ଆଲୋଚନା

ରାଜ୍ୟସଭା ନିର୍ବାଚନ ନେଇ ଦିଲ୍ଲୀ ଯାଇଛନ୍ତି ପିସିସି ସଭାପତି ଭକ୍ତ ଦାସ।ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ କହିଛନ୍ତି, ୫ଟି ନାଁକୁ ନେଇ ଆଲୋଚନା ଚାଲିଛି। ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ।ସ୍ୱାଧୀନ ଭାବେ ବିଜେଡି-କଂଗ୍ରେସ ସମର୍ଥନ କଲେ ଓଡ଼ିଶାର ସ୍ୱାର୍ଥ ରହିବ।ହାଇକମାଣ୍ଡଙ୍କ ସହ କଥା ହେବାକୁ ଦିଲ୍ଲୀ ଯାଉଛି, ପ୍ରାର୍ଥୀ ଫାଇନାଲ୍ ହେବ।ତାଲିକାରେ ପ୍ରଫେସର ପ୍ରଭାସ ପଟ୍ଟନାୟକ, ଆଇନଜୀବୀ ପିକେ ରାଏ, ଲଳିତ ମାନସିଂହ, ଡାକ୍ତର ସୁବ୍ରତ ଆଚାର୍ଯ୍ୟ ଓ ଦତ୍ତେଶ୍ୱର ହୋତାଙ୍କ ନାଁ ଥିବା ଭକ୍ତ ଦାସ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes