ଲେଭଲ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତି

ଆଥଲେଟ୍ ଦୂତି ଚାନ୍ଦ ଲେଭଲ ୱାନ୍ କ୍ୟାନସରରେ ପୀଡିତ ଥିବା ନେଇ ସୂଚନା ଦେଇଛନ୍ତି । ଏଥିପାଇଁ ସେ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଔଷଧ ସେବନ କରିଥିଲେ ।

ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ତାଙ୍କୁ ଜଣା ନଥିଲା ବୋଲି ଡୋପ୍ ଟେଷ୍ଟରେ ବିଫଳ ହୋଇଥିବା ଆଥଲେଟ୍ ଦୂତି ଚାନ୍ଦ କହିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes