ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କ ପାଖରେ ସୁପାରିଶ

ଆଗାମୀ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସୁପାରିଶ କରାଗଲା।

ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବାର ତଦାରଖ ପାଇଁ ହାଇଲେବଲ ଟିମ୍‌ ହେବ। ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଟିମ୍‌ ପାଇଁ ନିଷ୍ପତ୍ତି ହୋଇଛି।ସୁପ୍ରିମକୋର୍ଟ ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ଜଜ୍‌ ଟିମ୍‌ ମୁଖ୍ୟ ରହିବେ। ଭିତର ରତ୍ନଭଣ୍ଡାର ଖୋଲିବାର ସମସ୍ତ ବ୍ୟବସ୍ଥା ତଦାରଖ କରିବ ଟିମ୍‌।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes