ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ସଂଜୟ କୁମାର ମିଶ୍ରଙ୍କୁ ନିଯୁକ୍ତି ମିଳିଛି । ଜାନୁଆରୀ ୨୯, ୨୦୨୨ରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଶ୍ରୀ ମିଶ୍ର ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ନିକଟରେ ତାଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସେ ଖୁବଶୀଘ୍ର ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି ।