ସୁବର୍ଣ୍ଣପୁର ଜିଲ୍ଲା ସଦର ମହାବୀର କଲୋନୀରେ ପିପୁଲ ଫୋରାମ ତରଫରୁ ପରିଚାଳିତ ସଖି ୱାନ ଷ୍ଟପ ସେଣ୍ଟରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଲିନା ପ୍ରଧାନ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀଯୁକ୍ତ ଦେବାଶିଷ ଦାସ, ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଶଙ୍କର୍ଷଣ ପଣ୍ଡା, ସଦସ୍ୟ ଶାନ୍ତନୁ କର୍ଣ୍ଣ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ତଥା ଅନ୍ୟମାନେ ଯୋଗ ଦେଇଥିଲି।