ସଚିବସ୍ତରୀୟ ବୈଠକ; ୧୦ଟି ଦିଗ ଉପରେ ଫୋକସ୍ କରିବାକୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା ୟୁଆଇ ନୋଟ୍‌ର ତୁରନ୍ତ ଉତ୍ତର ସହ ପଦକ୍ଷେପ ନିର୍ଦ୍ଦେଶ ଏବଂ ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ୍‌ ଆସିବା ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି। ଭଲ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ନହେଲେ VRS ନେବେ। ଜିଲ୍ଲାସ୍ତରୀୟ ସବୁ ସରକାରୀ ଅଫିସରେ AI କ୍ୟାମେରା ଲାଗିବ।ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ, ଅକ୍ଟୋବର ମାସରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଡାସ୍‌ ବୋର୍ଡ। ପ୍ରତିମାସ ୭ ତାରିଖରେ ଜିଲ୍ଲାପାଳ କେନ୍ଦ୍ରୀୟ ସ୍କିମ ସମୀକ୍ଷା କରିବେ, ୧୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ୱ ବିଭଗ ସମୀକ୍ଷା କରିବେ। ଅଫିସରଙ୍କୁ ଫିଲ୍ଡ ଭିଜିଟ ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes