ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟିଟିଲାଗଡ଼ ପୂର୍ତ୍ତ ବିଭାଗ ଯନ୍ତ୍ରୀ ଦିଲେଶ୍ବର ମାଝୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
ଟିଟିଲାଗଡ଼ ଅଫିସ୍ ଓ ଘର ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି।ସମ୍ବଲପୁର, ଝାରସୁଗୁଡ଼ା ଓ ବ୍ରଜରାଜନଗରର ପୈତୃକ ଗାଁରେ ବି ଚାଲିଛି ରେଡ୍। ଟିଟିଲାଗଡ଼ ଘରୁ ୪୩ ହଜାର ଟଙ୍କା, ସମ୍ବଲପୁର ଘରୁ ନଗଦ ୬ ଲକ୍ଷ ମିଳିଥିବା ସୂଚନା ମିଳିଛି।