ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଡି ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ କମନ୍ ସର୍ଭିସ ସେଣ୍ଟର (ସିଏସସି)ର ୧୬ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୩୨ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା । ଭିଏଲଇ ଅକ୍ରୁର ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସ୍ଥାନୀୟ ଜିଲ୍ଲା ପରିଷଦ ସଭ୍ୟ ଲବକୁମାର ସାହୁ, ଡ. ନିରୁପମା ମହାପାତ୍ର, ସମାଜସେବୀ ସତ୍ୟମୋହନ ବେଦପାଣି ପ୍ରମୁଖ ଉପସ୍ଥିତ ଥିଲେ।