ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପବନ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବିଶେଷ ପରାମର୍ଶ ଦିଆଯାଇଛି।