ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ

ବିଶିଷ୍ଟ ଶିକ୍ଷାବିତ୍‍, ସମାଜସେବୀ, କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବରେ ସମ୍ମାନସୂଚକ ଡି.ଲିଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି।

ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ଗୋପାଳ ଗୌଡ଼ା, ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଉପସ୍ଥିତିରେ କୁଳାଧିପତି ତଥା ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ଶ୍ରୀ ସାମନ୍ତଙ୍କୁ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ ପ୍ରଦାନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes