ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ସୋମବାର ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାଶଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୫୯ଟି ଦରଖାସ୍ତ ଗ୍ରହଣ କରିଥିଲେ। ଏଥିରୁ ୧୬ଟି ସାମୁହିକ ଓ ୪୩ଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ପାଇଁ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes