ଆଗାମୀ ୬ଘଣ୍ଟାରେ ଅବପାତ ସମ୍ଭାବନା

ଆଗାମୀ ୬ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପ କ୍ଷେତ୍ର ଅବପାତର ରୂପ ନେବା ସମ୍ଭାବନା ଅଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା, ୧୦ ତାରିଖ ସନ୍ଧ୍ୟା ଯାଏଁ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଏବଂ ଓଡିଶା ଉପକୂଳ ପହଞ୍ଚିବା ପରେ ଦିଗ ପରିବର୍ତନ କରିବ। ଉତ୍ତର-ଉତ୍ତର-ପୂର୍ବ ଦିଗରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସମୁଦ୍ର ମଧ୍ୟରେ ଓଡିଶା ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes