ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ନିବେଦିତା ମିଶ୍ରଙ୍କୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି ।
ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ)ର ବରିଷ୍ଠ ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି।