କବିତାରୁ ଗଳ୍ପକୁ ଯାଇଥିଲେ ବୀଣାପାଣି

ବୀଣାପାଣି କବି ଭାବରେ ଲେଖା ଆରମ୍ଭ କରି ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ l ୧୯୫୫ରେ ପ୍ରଥମ କବିତା “ତନ୍ଦ୍ରାହତ” ପ୍ରଜାତନ୍ତ୍ର ନାରୀମହଲରେ ପ୍ରକାଶ ପାଇଥିଲା l୧୯୫୭ରେ ପ୍ରଥମ ଗଳ୍ପ “ଗୋଟିଏ ରାତ୍ରୀର କାହାଣୀ” ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା l

୧୯୬୧ରେ ଲୋକପ୍ରିୟ ଗଳ୍ପ “ନାଉଗଛ” ବାଲେଶ୍ୱର କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖିଥିଲେ l କଲେଜରେ ଆପେ ଆପେ ମାଡ଼ିଥିବା ନାଉଗଛ ଥିଲା ଏ ଗଳ୍ପର ପ୍ରେରଣା l ପାଟଦେଈ ଗଳ୍ପଟି ଭୁବନେଶ୍ୱରର ରସୁଲଗଡ଼ ଛକରେ ବସରେ ଜୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes