ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟ ଠାରେ ରେଆର ସୋନପୁର ତରଫରୁ ଯୁବା ଓଡିଶା ନବୀନ ଓଡିଶା ଅନ୍ତର୍ଗତ ଯୁବ ବିକାଶ କାର୍ଯ୍ୟକ୍ରମରେ ଏକ ଖାଉଟି ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l
କଲେଜ ଅଧ୍ୟକ୍ଷ ଦେବାଶିଷ ପାଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅଧ୍ୟାପିକା ତେଜଶ୍ରୀ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏଥିରେ ମୁଖ୍ୟ ଅତିଥି ଭାବରେ ରେଆରର ପ୍ରତିଷ୍ଠାତା ଗୌରୀଶ୍ୟାମ ପଣ୍ଡା ଯୋଗଦେଇ ଖାଉଟି ସୁରକ୍ଷା ଆଇନ ୨୦୧୯ ବିଷୟରେ ବିଷଦ ଭାବରେ ଆଲୋଚନା କରିଥିଲେ l