ଜାତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ଭାଗ ନେବେ ଏହେସାସ ତାଇକଣ୍ଡୋର ୩ ଖେଳାଳୀ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଏହେସାସ ତାଇକଣ୍ଡୋ ଏକାଡେମୀର ୩ ଜଣ ଖେଳାଳୀ ଜାତୀୟ ସ୍ତରୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ଭାଗନେବାକୁ ମନୋନିତ ହୋଇଛନ୍ତି ।

ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନର କୋଟାଠାରେ ହେବାକୁଥିବା ଜାତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ନିହାରିକା ବିଶି, ସ୍ନେହାଂଶୀ ନାଏକ ଏବଂ ଶକ୍ତି ଅମାତ ଭାଗନେବା ପାଇଁ ମନୋନିତ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘର ସଂପାଦକ ଏହେସାସ ହୋତା ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes