ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଘେରାଉ

ଖୋର୍ଦ୍ଧା ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲା ସଭାପତି ରଶ୍ମି ରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଅପାରଗତା ପାଇଁ ପୁଲିସ ଦ୍ବାରା ବରିଷ୍ଠ ମନ୍ତ୍ରୀଙ୍କୁ ହତ୍ୟା କରିବା ଏବଂ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଭାରତୀୟ ଜନତା ପାର୍ଟି ପକ୍ଷରୁ ଶହଶହ କାର୍ଯ୍ୟକର୍ତ୍ତା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାଳୁ ଖଣ୍ଡାୟତରାୟ,ଶ୍ରୀ ରଂଜନ ମଂଗରାଜଓ ଅନ୍ୟମାନେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes