ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତା ଜୁନ ୧୫ ତାରିଖରେ ନାଲକୋ ବଳରାମପ୍ରସାଦ ସ୍ଥିତ ଇସଆଇ ହସ୍ପିଟାଲର ଉଦଘାଟନ ହେବ l
ଏଥିରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଶ୍ରମ, ନିଯୁକ୍ତି, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗ ମନ୍ତ୍ରୀ ଭୂପିନ୍ଦର ଯାଦବ ମିଳିତ ଭାବେ ଯୋଗ ଦେଇ ଇସଆଇ ହସ୍ପିଟାଲକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି l