ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା, ୧ ମୃତ୍ୟୁ

କୁଚିଣ୍ଡା ଥାନା ୪୯ନଂ ଜାତୀୟ ରାଜପଥ ସଇଡ଼ା ନିକଟରେ ଟ୍ରକ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକ କୁଚିଣ୍ଡା ଥାନା କିଶାନ କୁଣ୍ଡାପୋଷି ଗ୍ରାମର ବିପ୍ର ଛତ୍ରିଆଙ୍କ ମୃତ୍ୟୁ ଘଟିଛି ।

ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ବିପ୍ରଙ୍କୁ ଉଦ୍ଧାର କରି କୁଚିଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିିଥିଲେ ।ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes