ତମାଖୁ ବର୍ଜନ ପାଇଁ ସଚେତନତା ରାଲି

ସୋନପୁର ସଦର ବ୍ଲକ ଅନ୍ତର୍ଗତ ନାଇକେନପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳନର ପ୍ରାକ୍ କାର୍ଯ୍ୟକ୍ରମ ଭାବେ ଆଜି ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି।

ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଏହି ସଚେତନତା ରାଲିର ଶୁଭାରମ୍ଭ କରିଥିଲେ। ସ୍ଵାସ୍ଥ୍ୟ ଅଧିକାରୀ, କର୍ମଚାରୀ, ଏଏନଏମ, ଆଶାକର୍ମୀଙ୍କ ସମେତ ନରାୟଣପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଏହି ରାଲିରେ ଅଂଶଗ୍ରହଣ କରି ସ୍ଲୋଗାନ ମାଧ୍ୟମରେ ଲୋକଙ୍କୁ ସଚେତନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes