ଡ୍ରାଇଭର ମହାସଂଘ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ଆସନ୍ତା ତିନି ମାସ ମଧ୍ୟରେ ଡ୍ରାଇଭର ଏକତା ମହାସଂଘର ଦାବି ଗୁଡିକ ପୂରଣ ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି l
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡ୍ରାଇଭର ଏକତା ମହାସଂଘର ଅଧିକାରୀ ଓ ସଦସ୍ୟ ମାନେ ଉପସ୍ଥିତ ଥିଲେ l