ଧାମନଗରରେ କେନ୍ଦ୍ରମନ୍ତ୍ରୀଙ୍କ ବିଶାଳ ପଦଯାତ୍ରା ଓ ଶୋଭାଯାତ୍ରା

ଧାମନଗର ଉପନିର୍ବାଚନ ପାଇଁ ଆଜି ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ବିଶାଳ ପଦଯାତ୍ରା ଓ ଶୋଭାଯାତ୍ରା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ଧାମନଗର ନିର୍ବାଚନମଣ୍ଡଳୀର ଦୋବଲ ବଜାରରୁ ପ୍ରଥମେ ପଦଯାତ୍ରା ଆରମ୍ଭ କରିଥିଲେ । ପରେ ଧାମନଗର ଏନଏସିର ମେଡିକାଲ ବଜାର, କୋଠାର ଗ୍ରାମ ପଞ୍ଚାୟତର କୋଠାର ଛକ, ଅସୁରାଳୀ  ଓ ଶହୀଦ ନଗରରେ ନିର୍ବାଚନୀ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀ ସୂରଜଙ୍କୁ ଭୋଟ୍ ଦେବା ପାଇଁ ନାଗରିକଙ୍କୁ ନିବେଦନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes