ନବ ଦାସଙ୍କ ବିୟୋଗରେ ଶୋକ

ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ବିୟୋଗରେ ସୁବର୍ଣ୍ଣପୁର ଜିଲ୍ଲାର ବିଜେଡି କର୍ମୀଙ୍କ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି ।

ରବିବାର ସନ୍ଧ୍ୟାରେ ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟ ନିକଟରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସ୍ୱୟମ୍ଭୁନାଥ ଖଣ୍ଡଗିରି, ସମିତି ସଭ୍ୟ ଶୈଳରଞ୍ଜନ ବାଦି ପ୍ରମୁଖ ବହୁ କର୍ମୀ ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes