ନାବାଳକ ଅପହରଣ ଓ ହତ୍ୟା ଘଟଣାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଧର୍ମେନ୍ଦ୍ର

ଝାରସୁଗୁଡ଼ାର ୧୫ ବର୍ଷୀୟ ନାବାଳକ ଅପହରଣ ଓ ହତ୍ୟା ଘଟଣାରେ ଟ୍ୱିଟ୍ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଆଇନ ବିହୀନ ଓଡ଼ିଶା ବାସ୍ତବତା ପାଲଟିଛି କହିଛନ୍ତି ଧର୍ମେନ୍ଦ୍ର। ‘ନବ ଦାସ ହତ୍ୟାକୁ ୨ ମାସ ନ ପୁରୁଣୁ ନାବାଳକ ସମର୍ଥର ହତ୍ୟା, ସରକାର ଦାବି କରୁଥିବା ଆଇନର ଶାସନକୁ ପଦାରେ ପକାଇଛି, ସାଧାରଣ ନାଗରିକ ଓ ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ଝାରସୁଗୁଡ଼ା ଘଟଣା ରାଜ୍ୟବାସୀଙ୍କ ବିଶ୍ୱାସକୁ ଦୁର୍ବଳ କରିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes