ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳସ୍ୱରୂପ ନିୟମିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଶିକ୍ଷକ ଶିକ୍ଷୟିତ୍ରୀ ବାରମ୍ବାର ଆନ୍ଦୋଳନ ଜାରି ରଖିଥିଛନ୍ତି। ହେଲେ ସରକାର କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ସକ୍ଷମ ହୋଇଥିବା ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ସଂଘ କେନ୍ଦୁଝର ଜିଲା ସଭାପତି ସୁବ୍ରତ ଲେଙ୍କା କହିଛନ୍ତି।