ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭୋର ୩ଟା ୨୫ରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ୬୭ ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି।

ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ମହେଶ୍ବର ମହାନ୍ତି। ପୁରୀରୁ କାଉନସିଲର୍ ଭାବେ ରାଜନୈତିକ କ୍ୟାରିୟର୍ ଆରମ୍ଭ କରିଥିଲେ ମହେଶ୍ବର । ପରେ ୧୯୯୫ରୁ ଲଗାତାର ୫ ଥର ପୁରୀର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ରାଜ୍ୟ ସରକାରଙ୍କ ଅଧିନରେ ସେ ଆଇନ, ପଞ୍ଚାୟତିରାଜ, ରାଜସ୍ବ ବିଭାଗର ମନ୍ତ୍ରୀ ଥିଲେ । ୨୦୦୪ରୁ ୨୦୦୮ ଯାଏଁ ବିଧାନସଭାର ବାଚସ୍ପତି ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes