ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅମ୍ଳାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ୬୧ ଜଣ ଛାତ୍ରଛାତ୍ରୀମାନଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ଏଥିରେ ସ୍କୁଲର ପ୍ରଧାନ ଶିକ୍ଷକ ରାସ ବିହାରୀ ମେହେର, ସି ଏଚ ଓ ସୋମିତ୍ରୀ ପଣ୍ଡା, ସ୍ବାସ୍ଥ୍ୟ କର୍ମୀ ପ୍ରତିମା କଅଁର , ସାମାଜିକ କର୍ମୀ ଆଶୀଷ ସାହୁ ଉପସ୍ଥିତ ରହି ସହଯୋଗ କରିଥିଲେ।