କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକର ବଣ ଜଙ୍ଗଲ ପରିବେଷ୍ଟିତ ତାଣ୍ଡୁଆମୁଣ୍ଡା ଗ୍ରାମରେ ଥିବା ବନଫୁଲ ଇଂରାଜୀ ବିଦ୍ୟାଳୟର ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।
ଅଧ୍ୟକ୍ଷ ରାଜେନ୍ଦ୍ର ନାରାୟଣ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରଦର୍ଶନୀରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରାଧ୍ୟାପକ ଡକ୍ଟର ବିମ୍ବାଧର ବେହେରା, ସମ୍ମାନୀତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ନରେଶ ପଟ୍ଟନାୟକ ଯୋଗ ଦେଇ ଶିଶୁ ବିଜ୍ଞାନୀମାନଙ୍କୁ ଉତ୍ସାହିତ କରିବା ସହ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ।