ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

କଟକ ଚଣ୍ଡି ରୋଡ୍ ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ୮୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କର ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି ।

୬୦ ଦଶକରେ ଓଡ଼ିଆ ସିନେମାରେ ଆଗଧାଡ଼ିର ଅଭିନେତ୍ରୀ ଥିଲେ ଝରଣା। ଚଳଚ୍ଚିତ୍ର ବ୍ୟତୀତ ସେ ଆକାଶବାଣୀ ଓ ଦୂରଦର୍ଶନ ସହିତ ମଧ୍ୟ ଜଡ଼ିତ ଥିଲେ। ୧୯୬୫ ମସିହାରେ ନିର୍ମିତ ଚଳଚ୍ଚିତ୍ର ‘ମଲାଜହ୍ନ’ରେ ସତୀ ଭୂମିକାରେ ଅଭିନୟ କରି ସେ ଲୋକପ୍ରିୟତାହାସଲ କରିଥିଲେ। ଅମଡ଼ା ବାଟ’, ‘ମଲା ଜହ୍ନ’ ଓ ‘ଅଦିନ ମେଘ’  ତାଙ୍କର ଚର୍ଚ୍ଚିତ ଫିଲ୍ମ ଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes