ବଲାଙ୍ଗିର ରେ ମଇ ମାସ ୨୬ ତାରିଖରୁ ରବି ଧାନ କ୍ରୟ ଆରମ୍ଭ ହେବ ।

ବଲାଙ୍ଗିର ୨୫ /୦୪ ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଏଥି ନିମନ୍ତେ ୧୦୩ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ) ଓ ୧୦ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ,ସମୁଦାୟ ୧୧୩ ଗୋଟି ଧାନ କ୍ରୟ କେନ୍ଦ୍ର    ଜରିଆରେ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ରବି ଧାନ କ୍ରୟ କରାଯିବ । ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟି ରେ ରଖି ସକାଳ ୭ ଘଣ୍ଟା ଠାରୁ ୧୧ ଘଟିକା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes