ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା; ଟ୍ରକ ଚାଳକ ଗୁରୁତର

ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଅନ୍ତର୍ଗତ ଶ୍ରୀରାମପୁର ୧୪୯ ନମ୍ବର ଜାତୀୟ ରାଜପଥରେ ଆଜି ଯାତ୍ରୀବାହୀ ବସ୍ ଓ ତେଲ‌ ଟାଙ୍କି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି।

ଏନେଇ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବା ପରେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes