ବାରିପଦାରେ ଆରମ୍ଭ ହେଲା ପେନସନ ଅଦାଲତ

ଆଜି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ବାରିପଦା ସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲ୍ଲାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ କର୍ମଚାରୀ ଓ ଶିକ୍ଷକ,ଶିକ୍ଷୟତ୍ରୀମାନଙ୍କ ତୁରନ୍ତ ବକେୟା ଅବସରକାଳୀନ ପ୍ରାପ୍ୟ ପ୍ରଦାନ ପାଇଁ ଆରମ୍ଭ ହୋଇଛି ପେନସନ ଅଦାଲତ।

ଏହି ପେନସନ ଅଦାଲତକୁ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଶୁଭ ଉଦଘାଟନ କରିଥିଲା ବେଳେ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଏ.ଜି ଏବଂ ଲେଖା ନିୟନ୍ତ୍ରିକ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅଦାଲତ ଦୁଇ ଦିନ ଧରି ଦିନ ୧୦ ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes