ବୀରମହାରାଜପୁର ଠାରେ ବିଜୁ ବାବୁଙ୍କ ୧୦୭ ତମ ଜୟନ୍ତୀ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୦୭ ତମ ଜୟନ୍ତୀ ରବିବାର ପାଳିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ଅଧ୍ୟକ୍ଷତା କରିଥିଲେ । ଏହି ଉପଲକ୍ଷେ ସ୍ଥାନୀୟ ବସଷ୍ଟାଣ୍ଡ ଠାରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ସ୍ଥାନୀୟ ବିଧାୟକଙ୍କ ନେତୃତ୍ବରେ ଏକ ସାଇକେଲ ଶୋଭାଯାତ୍ରା ମଧ୍ୟ ନଗର ପରିକ୍ରମା କରିଥିଲା । ସ୍ଥାନୀୟ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା । ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟର ସଭାଗୃହ ଠାରେ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ମଧ୍ୟ ପାଳନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes