ବୀରମହାରାଜପୁର ପଞ୍ଚାୟତ ସମିତି ସାଧାରଣ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମନରେଗା ଯୋଜନା, ପାନୀୟ ଜଳ, କୃଷି ଓ ଆନୁସଙ୍ଗିକ କୃଷି, ଉଦ୍ୟାନ, ଶିକ୍ଷା, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ଆଦି ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହୋଇଥିଲା ।

ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଜିଲ୍ଲା ପରିଷଦ ସଭ୍ୟ ଲବକୁମାର ସାହୁ ଓ ଚନ୍ଦ୍ରକାନ୍ତି ଦନ୍ତା, ବଲାଙ୍ଗୀର ସାଂସଦଙ୍କ ପ୍ରତିନିଧି ନଳିନୀ ପଣ୍ଡାଙ୍କ ସମେତ ସମସ୍ତ ସରପଞ୍ଚ, ସମିତି ସଭ୍ୟସଭ୍ୟା ଓ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes