ବୀରମହାରାଜପୁର ବରିଷ୍ଠ ନାଗରିକ ସଙ୍ଗଠନର ବାର୍ଷିକୋତ୍ସବ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନର ଷୋଡଶ ତମ ବାର୍ଷିକୋତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁବର୍ଣ୍ଣପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟ ଅତିଥି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ, ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ଓ ଅନୁଷ୍ଠାନର ଉପଦେଷ୍ଟା ଅବସରପ୍ରାପ୍ତ ପ୍ରଫେସର ଡ଼.ବଳରାମ ମିଶ୍ର ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଅନୁଷ୍ଠାନର ସଭାପତି ଡ଼.ପ୍ରଫୁଲ୍ଲ ରଥ ଏଥିରେ ଅଧ୍ୟକ୍ଷତା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes