ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଏହାର ପ୍ରଭାବ ପଡିଛି।
ମୋର୍ଚ୍ଚାର ସଦସ୍ୟମାନେ ସ୍ଥାନୀୟ ନକଟିଗୁଡା ଛକରେ ବନ୍ଦ ପାଳନ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ ସେହି ରାସ୍ତାରେ ଯିବା ଆସିବା କରୁଥିବା ଗାଡ଼ି ଗୁଡ଼ିକ ବନ୍ଦ ରହିଥିବା ଦେଖିବାକୁ ମିଳିଥିଲା ।