ଭାଲୁ ଆକ୍ରମଣ ରେ ବୃଦ୍ଧ ଗୁରୁତର

କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ପୋଲାଣ ଘାଟି ପଞ୍ଚାୟତ ଜାମୁଳେଇବେଡା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ବୃଦ୍ଧ ହେଲେ ରଘୁ ମୁଣ୍ଡା(୬୦)। ସୂଚନା ଅନୁସାରେ ରଘୁ ଘର ନିକଟ ଜଙ୍ଗଲରେ ଛେଳି ଚରାଉଥିବା ସମୟରେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ଆକ୍ରମଣ କରିଥିଲା।

ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପାଟଣା ମେଡିକାଲରେ ଭର୍ତ୍ତି କରିଛନ୍ତି। ରଘୁଙ୍କ ଦୁଇ ଗୋଡ଼ରେ ଗଭୀର କ୍ଷତ ଥିବା ବେଳେ ଚିକିତ୍ସା ପରେ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes