କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଚିନାମାଳି ପଶି ପଡ଼ିଆରେ ରବିବାର ୧୦୭ ତମ ବିଜୁ ଜୟନ୍ତୀ ଅବସରରେ ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ମହିଳା ସମାବେଶ ଅନୁଷ୍ଠିତ ହୋଇଛି।
ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ରମ, ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧକ୍ଷ ଜଗନ୍ନାଥ ନାଏକ, ଜିଲ୍ଲା ବିଜେଡି ସଭାପତି ମାଧବ ସର୍ଦାର,ସାଗରିକା ସାହୁ ପ୍ରମୁଖ ଯୋଗ ଦେଇ ବିଜେଡି ସରକାର ମହିଳାଙ୍କ ବିକାଶ ନେଇ କାର୍ଯ୍ୟ କରୁଛନ୍ତି ବୋଲି କହିଥିଲେ।