ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତ କାଲି ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍ଷ୍ଟେସନ ଉଦ୍ଘାଟନ କରିଛନ୍ତି।
ଏଥିପାଇଁ 254 କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ସ୍ଥାନଗୁଡିକ ହେଲା ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡିସାହି ଓ ବହୁଗ୍ରାମ। ଏହାଦ୍ବାରା ଏହି ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଉପକାର ପାଇବେ ।