ମୃତଦେହ ରଖି ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ

ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଥାନା ସନ୍ତୋଷପୁର ଗାଁରେ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।

କ୍ଷତିପୂରଣ ଦାବିରେ ୧୫ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ଧରି କୋଷାଗୁମୁଡା ମୁଖ୍ୟରାସ୍ତାକୁ ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ଫଳରେ କୋଷାଗୁମୁଡାରୁ ଛତିଶଗଡ଼ ମଧ୍ୟରେ ଯାତାୟତ ପ୍ରଭାବିତ ହୋଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୫୦ ଲକ୍ଷ ଟଙ୍କା ଦାବି କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes