ରଜତ କରଙ୍କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ସଂସ୍କୃତି ମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଆ ଶିକ୍ଷାବିତ, ନାଟ୍ୟକାର ଓ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ପଦ୍ମଶ୍ରୀ ରଜତ କୁମାର କରଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସଂସ୍କୃତି ଓ ପର୍ୟ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ l

ଆଜି ସକାଳେ ତାଙ୍କ ବାସଭବନରେ ପହଂଚି ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଦେଇ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଜଗନ୍ନାଥ ନିକଟରେ ପ୍ରାର୍ଥନା କରିଥିଲେ l ଶ୍ରୀ ପାଣିଗ୍ରାହୀ କହିଥିଲେ, ତାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଜଗତର ଅପୂରଣୀୟ କ୍ଷତି ଘଟିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes