ରାଇରଙ୍ଗପୁରରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଆଜି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଖଣ୍ଡ ସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ସର୍ବମୋଟ ୬୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ୪୨ ଟି ବ୍ୟକ୍ତିଗତ ଓ ୧୮ ଟି ସାମୁହିକ ସମସ୍ୟା ଭିତ୍ତିକ ଥିଲା।୩ଟି ଅଭିଯୋଗ ତତ୍କାଳ ସମାଧାନ କରାଯାଇ ଜଣେ ହିତାଧିକାରୀଙ୍କୁ ୧୦ ହଜାର ଓ ଅନ୍ୟ ଜଣଙ୍କୁ ୫ ହଜାର ଟଙ୍କା ଲେଖାଏଁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଥିଲା। ଉପଜିଲ୍ଲାପାଳ ସରୋଜ କୁମାର ଦାଶ ଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜିଲ୍ଲାପାଳ, ଏସପିଙ୍କ ସମେତ ସମସ୍ତ ସରକାରୀ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes