ଗତ ୨୪ ଘଣ୍ଟାରେ ରାଜ୍ୟର ୮ଟି ଜିଲ୍ଲାରୁ ୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୮ ଜଣ କାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୨ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୭, ୯୩୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୮,୬୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୦୭ ଜଣ ଚିକିତ୍ସାଧୀନ ଅଛନ୍ତି ।