ଗତ ୨୪ ଘଣ୍ଟାରେ ରାଜ୍ୟର ୧୬ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୩୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୧୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୫୩ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୯୧, ୧୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୮୦,୨୪୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୬୯୫ ଜଣ ଚିକିତ୍ସାଧୀନ ଅଛନ୍ତି ।