ରାଜ୍ୟରୁ ଆଉ ୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୧୩ଟି ଜିଲ୍ଲାରୁ ୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୧୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୬ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୩,୩୬,୦୮୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩,୨୬,୫୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୩୦୬ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version