ଗତ ୨୪ ଘଣ୍ଟାରେ ରାଜ୍ୟର ୧୦ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪୨ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୨୭ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୯, ୩୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୬୯୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪୫୬ ଜଣ ଚିକିତ୍ସାଧୀନ ଅଛନ୍ତି ।