ରାଜ୍ୟରୁ ଆଉ ୮୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୨୯ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୮୩୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୩୪୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୧୪୮ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୩,୧୮,୧୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩,୦୨,୯୪୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬୦୦୫ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes