ଗତ ୨୪ ଘଣ୍ଟାରେ ରାଜ୍ୟର ୩ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୬ ଜଣ କାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୪୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୧୭୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭୬ ଜଣ ଚିକିତ୍ସାଧୀନ ଅଛନ୍ତି ।