ଏଭଳି ତ୍ରୁଟି ପାଇଁ ମୁଁ ନିଜେ ନିଜକୁ ଦାୟୀ କରୁଛି, ବିଲଡିଂ ଇଡକୋ ତିଆରି କରିଥିଲା, ଜେନେରେଟର ବି ସଜାଡ଼ିଥିଲା, ଡେଡିକେଟେଡ ଜେନେରେଟର ଥିଲା, ସେଇଟା ବି କାମ ଦେଲାନି, ଆମକୁ ଏଥିପାଇଁ ଲଜ୍ଜିତ ହେବାକୁ ପଡ଼ିଲା, ଦୁଃଖ ପ୍ରକାଶ କରୁଛି ବୋଲି କହିଛନ୍ତି MSCBU କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ।
ମୁଁ ଦାୟିତ୍ବ ମୁଣ୍ଡରୁ ଖସାଇବା ଲୋକ ନୁହେଁ, ମୁଁ କ୍ଷମାପ୍ରାର୍ଥନା କରୁଛି, ଏହି ତ୍ରୁଟି ସଂପର୍କରେ ନିଶ୍ଚିତ ଭାବେ ଅନୁସନ୍ଧାନ କରାଯିବ ବୋଲି କହିଛନ୍ତି କୁଳପତି।